Text copied!
Bibles in Odia

ଲୂକ 5:1-13 in Odia

Help us?

ଲୂକ 5:1-13 in ଓଡିଆ ବାଇବେଲ

1 ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।
4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ ।
5 ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।
6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା ।
7 ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।
8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।
9 କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;
10 ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ ।
12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।
ଲୂକ 5 in ଓଡିଆ ବାଇବେଲ