Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 6

ଲୂକ 6:3-16

Help us?
Click on verse(s) to share them!
3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କ'ଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ ?
4ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ ।
5ଆଉ, ସେ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି ।
6ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା ।
7ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି ।
8କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା ।
9ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାରରେ କ'ଣ କରିବା ଉଚିତ ? ଭଲ କରିବା ନା ମନ୍ଦ କରିବା ? ଜୀବନ ରକ୍ଷା କରିବା ନା ବିନାଶ କରିବା ?
10ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ । ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା ।
11କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ ।
12ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ ।
13ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ,
14ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ,
15ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି,
16ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।

Read ଲୂକ 6ଲୂକ 6
Compare ଲୂକ 6:3-16ଲୂକ 6:3-16