Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 6

ଲୂକ 6:36-46

Help us?
Click on verse(s) to share them!
36ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ ।
37ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ । କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;
38ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ ।
39ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ ?
40ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ ।
41ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ ?
42ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି ? କପଟୀ, ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ ।
43କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ ।
44କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ ।
45ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
46ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ?

Read ଲୂକ 6ଲୂକ 6
Compare ଲୂକ 6:36-46ଲୂକ 6:36-46