Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 8

ଲୂକ 8:3-18

Help us?
Click on verse(s) to share them!
3ହେରୋଦଙ୍କ ପରିଚାଳକ ଖୁଜା ଓ ତାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ ।
4ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ,
5ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳିହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ ।
6ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା ।
7ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା ।
8ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଲିଲା । ସେ ଏହା କହୁ କହୁ ଉଚ୍ଚ ସ୍ୱରରେ କହିଲେ, ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ ।
9ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କ'ଣ ବୋଲି ପଚାରିବାକୁ ଲାଗିଲେ ।
10ସେଥିରେ ସେ କହିଲେ, ଈଶ୍ୱରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ ।
11ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ,
12ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ ।
13ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି ।
14ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ ।
15ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି ।
16କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
17କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ ।
18ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ ।

Read ଲୂକ 8ଲୂକ 8
Compare ଲୂକ 8:3-18ଲୂକ 8:3-18