Text copied!
Bibles in Odia

ଲୂକ 9:28-33 in Odia

Help us?

ଲୂକ 9:28-33 in ଓଡିଆ ବାଇବେଲ

28 ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ ।
29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା ।
30 ଆଉ ଦେଖ, ମୋଶା ଓ ଏଲିୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
31 ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହିଲେ ।
32 ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ ।
33 ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କ'ଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।
ଲୂକ 9 in ଓଡିଆ ବାଇବେଲ