Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:1-16

Help us?
Click on verse(s) to share them!
1ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
2ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।
3ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।
4ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
5ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
6ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
7ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
13ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:1-16ହିତୋପଦେଶ 10:1-16