Text copied!
Bibles in Odia

ହିତୋପଦେଶ 10:10-17 in Odia

Help us?

ହିତୋପଦେଶ 10:10-17 in ଓଡିଆ ବାଇବେଲ

10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12 ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
13 ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17 ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
ହିତୋପଦେଶ 10 in ଓଡିଆ ବାଇବେଲ