15ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
21ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।
22ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
23କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।
24ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।
25ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
26ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।
27ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।