Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:16-32

Help us?
Click on verse(s) to share them!
16ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
21ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।
22ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
23କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।
24ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।
25ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
26ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।
27ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
28ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
29ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
30ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।
31ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ।
32ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:16-32ହିତୋପଦେଶ 10:16-32