3ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।
4ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
5ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
6ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
7ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।