5 ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
6 ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12 ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
13 ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।