9ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
13ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
21ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।