Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:1-16

Help us?
Click on verse(s) to share them!
1ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
4ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
5ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।
6ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।
7ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
8ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ।
9ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
10ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
16ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:1-16ହିତୋପଦେଶ 11:1-16