Text copied!
Bibles in Odia

ହିତୋପଦେଶ 11:11-20 in Odia

Help us?

ହିତୋପଦେଶ 11:11-20 in ଓଡିଆ ବାଇବେଲ

11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14 ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
16 ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
17 ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19 ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
ହିତୋପଦେଶ 11 in ଓଡିଆ ବାଇବେଲ