Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:11-23

Help us?
Click on verse(s) to share them!
11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
16ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
17ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
18ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
20କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
21ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।
22ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
23ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:11-23ହିତୋପଦେଶ 11:11-23