Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:17-31

Help us?
Click on verse(s) to share them!
17ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
18ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
20କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
21ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।
22ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
23ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।
24କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
25ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
26ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।
27ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।
28ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
29ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
30ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
31ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପା’ନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କ’ଣ ତତୋଧିକ ପାଇବେ ନାହିଁ ?

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:17-31ହିତୋପଦେଶ 11:17-31