Text copied!
Bibles in Odia

ହିତୋପଦେଶ 11:18-24 in Odia

Help us?

ହିତୋପଦେଶ 11:18-24 in ଓଡିଆ ବାଇବେଲ

18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19 ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
20 କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର।
21 ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ।
22 ଘୁଷୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ।
23 ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ।
24 କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
ହିତୋପଦେଶ 11 in ଓଡିଆ ବାଇବେଲ