Text copied!
Bibles in Odia

ହିତୋପଦେଶ 11:2-19 in Odia

Help us?

ହିତୋପଦେଶ 11:2-19 in ଓଡିଆ ବାଇବେଲ

2 ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3 ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
4 ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
5 ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ।
6 ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ।
7 ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ।
8 ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁୁ ଆସେ।
9 ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14 ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
16 ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି, ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି।
17 ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ।
18 ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି।
19 ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।
ହିତୋପଦେଶ 11 in ଓଡିଆ ବାଇବେଲ