1ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
2ସତ୍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
3ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
4ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
5ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
6ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
7ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
8ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
9ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।