Text copied!
Bibles in Odia

ହିତୋପଦେଶ 12:13-20 in Odia

Help us?

ହିତୋପଦେଶ 12:13-20 in ଓଡିଆ ବାଇବେଲ

13 ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15 ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16 ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
17 ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
18 କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
19 ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
20 ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
ହିତୋପଦେଶ 12 in ଓଡିଆ ବାଇବେଲ