Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 12

ହିତୋପଦେଶ 12:13-28

Help us?
Click on verse(s) to share them!
13ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
14ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
17ସତ୍ୟସାକ୍ଷୀ ନ୍ୟାୟ ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
18କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
19ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
20ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
21ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
22ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
23ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
27ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
28ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।

Read ହିତୋପଦେଶ 12ହିତୋପଦେଶ 12
Compare ହିତୋପଦେଶ 12:13-28ହିତୋପଦେଶ 12:13-28