Text copied!
Bibles in Odia

ହିତୋପଦେଶ 12:21-25 in Odia

Help us?

ହିତୋପଦେଶ 12:21-25 in ଓଡିଆ ବାଇବେଲ

21 ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
22 ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
23 ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24 କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ।
25 ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
ହିତୋପଦେଶ 12 in ଓଡିଆ ବାଇବେଲ