Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:1-7

Help us?
Click on verse(s) to share them!
1ଜ୍ଞାନବାନ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ।
2ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ।
3ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
4ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।
5ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।
6ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।
7କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:1-7ହିତୋପଦେଶ 13:1-7