16ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।
17ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।
18ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
19ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
21ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।