Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 13

ହିତୋପଦେଶ 13:2-20

Help us?
Click on verse(s) to share them!
2ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ।
3ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ।
4ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।
5ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ।
6ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।
7କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।
8ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
9ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
10ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
11ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
14ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‌‌ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
15ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।
16ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।
17ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ।
18ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ।
19ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ।
20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।

Read ହିତୋପଦେଶ 13ହିତୋପଦେଶ 13
Compare ହିତୋପଦେଶ 13:2-20ହିତୋପଦେଶ 13:2-20