Text copied!
Bibles in Odia

ହିତୋପଦେଶ 13:6-16 in Odia

Help us?

ହିତୋପଦେଶ 13:6-16 in ଓଡିଆ ବାଇବେଲ

6 ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ।
7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।
8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
12 ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।
14 ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ‌‌ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ।
15 ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ।
16 ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।
ହିତୋପଦେଶ 13 in ଓଡିଆ ବାଇବେଲ