Text copied!
Bibles in Odia

ହିତୋପଦେଶ 13:8-12 in Odia

Help us?

ହିତୋପଦେଶ 13:8-12 in ଓଡିଆ ବାଇବେଲ

8 ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ।
9 ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ।
10 ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।
11 ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ।
12 ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।
ହିତୋପଦେଶ 13 in ଓଡିଆ ବାଇବେଲ