Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:1-11

Help us?
Click on verse(s) to share them!
1ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ।
2ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ।
3ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ।
4ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ।
5ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ।
6ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ ପାଇଁ ବିଦ୍ୟା ସହଜ।
7ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ।
8ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।
9ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ।
10ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ।
11ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:1-11ହିତୋପଦେଶ 14:1-11