11ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ।
12ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁୁର ପଥ ଥାଏ।
13ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ।
14ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ।
15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
16ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।
17ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର।
18ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା’ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି।
19ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।