Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 14

ହିତୋପଦେଶ 14:19-26

Help us?
Click on verse(s) to share them!
19ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି।
20ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା’ନ୍ତି।
21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ।
22ଅନିଷ୍ଟ ଚିନ୍ତାକାରୀଗଣ କ’ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳ ଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ।
23ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ।
24ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା।
25ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
26ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।

Read ହିତୋପଦେଶ 14ହିତୋପଦେଶ 14
Compare ହିତୋପଦେଶ 14:19-26ହିତୋପଦେଶ 14:19-26