25ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ।
26ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।
27ମୃତ୍ୟୁୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ।
28ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ।
29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।
30ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ।
31ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
32ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
33ଜ୍ଞାନ ବୁଦ୍ଧିମାନର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ।
34ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ।
35ବୁଦ୍ଧିମାନ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି।