Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:11-17

Help us?
Click on verse(s) to share them!
11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
14ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
15ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।
16ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
17ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:11-17ହିତୋପଦେଶ 15:11-17