Text copied!
Bibles in Odia

ହିତୋପଦେଶ 15:11-18 in Odia

Help us?

ହିତୋପଦେଶ 15:11-18 in ଓଡିଆ ବାଇବେଲ

11 ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12 ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
13 ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
14 ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
15 ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।
16 ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
17 ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।
18 କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।
ହିତୋପଦେଶ 15 in ଓଡିଆ ବାଇବେଲ