2ଜ୍ଞାନୀମାନଙ୍କ ଜିହ୍ୱା ପ୍ରକୃତ ରୂପେ ଜ୍ଞାନ ବ୍ୟକ୍ତ କରେ; ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଉଦ୍ଗାର କରେ।
3ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
4ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
5ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।