Text copied!
Bibles in Odia

ହିତୋପଦେଶ 15:22-33 in Odia

Help us?

ହିତୋପଦେଶ 15:22-33 in ଓଡିଆ ବାଇବେଲ

22 ମନ୍ତ୍ରଣା ଅଭାବରେ ସଂକଳ୍ପ ବିଫଳ ହୁଏ; ମାତ୍ର ବହୁତ ମନ୍ତ୍ରୀ ଦ୍ୱାରା ତାହା ସ୍ଥିରୀକୃତ ହୁଏ।
23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
24 ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
26 କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।
31 ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
32 ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।
33 ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
ହିତୋପଦେଶ 15 in ଓଡିଆ ବାଇବେଲ