Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:23-32

Help us?
Click on verse(s) to share them!
23ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
24ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।
25ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
26କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
27ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
28ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
29ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।
31ଯେଉଁ କର୍ଣ୍ଣ ଜୀବନଦାୟକ ଅନୁଯୋଗ ଶୁଣେ, ତାହା ଜ୍ଞାନୀମାନଙ୍କ ମଧ୍ୟରେ ବାସ କରେ।
32ଯେଉଁ ଲୋକ ଶାସନ ଅଗ୍ରାହ୍ୟ କରେ, ସେ ଆପଣା ପ୍ରାଣକୁ ତୁଚ୍ଛ କରେ; ମାତ୍ର ଅନୁଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:23-32ହିତୋପଦେଶ 15:23-32