Text copied!
Bibles in Odia

ହିତୋପଦେଶ 15:25-30 in Odia

Help us?

ହିତୋପଦେଶ 15:25-30 in ଓଡିଆ ବାଇବେଲ

25 ଗର୍ବୀ ଲୋକର ଗୃହ ସଦାପ୍ରଭୁ ଓପାଡ଼ି ପକାଇବେ; ମାତ୍ର ବିଧବାର ସୀମା ସେ ସ୍ଥିର କରିବେ;
26 କୁସଂକଳ୍ପ ସଦାପ୍ରଭୁଙ୍କ ନିକଟରେ ଘୃଣାର ବିଷୟ; ମାତ୍ର ମନୋହର କଥା ଶୁଚି।
27 ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
28 ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
29 ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30 ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।
ହିତୋପଦେଶ 15 in ଓଡିଆ ବାଇବେଲ