27ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ, ମାତ୍ର ଯେଉଁ ଲୋକ ଲାଞ୍ଚ ଘୃଣା କରେ, ସେ ବଞ୍ଚିବ।
28ଧାର୍ମିକର ମନ ବିବେଚନା କରି ଉତ୍ତର ଦିଏ; ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦ କଥା ଢାଳି ପକାଏ।
29ସଦାପ୍ରଭୁ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଆନ୍ତି; ପୁଣି, ଧାର୍ମିକମାନଙ୍କର ପ୍ରାର୍ଥନା ସେ ଶୁଣନ୍ତି।
30ଚକ୍ଷୁର ଦୀପ୍ତି ମନକୁ ଆନନ୍ଦିତ କରେ; ପୁଣି, ଉତ୍ତମ ସମାଚାର ହାଡ଼ର ପୁଷ୍ଟି କରେ।