Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 15

ହିତୋପଦେଶ 15:3-17

Help us?
Click on verse(s) to share them!
3ସଦାପ୍ରଭୁଙ୍କ ଚକ୍ଷୁ ସବୁଠାରେ ଥାଇ ଅଧମ ଓ ଉତ୍ତମ ଲୋକଙ୍କୁ ନିରୀକ୍ଷଣ କରେ।
4ଶାନ୍ତ ଜିହ୍ୱା ଜୀବନ-ବୃକ୍ଷ ସ୍ୱରୂପ; ପୁଣି, କୁଟିଳ ଜିହ୍ୱା ଆତ୍ମା ଭଙ୍ଗ କରେ।
5ଅଜ୍ଞାନ ଆପଣା ପିତାର ଶାସନ ହେଳା କରେ; ପୁଣି, ଅନୁଯୋଗ ଯେ ଘେନେ, ସେ ବୁଦ୍ଧି ପ୍ରାପ୍ତ ହୁଏ।
6ଧାର୍ମିକର ଗୃହରେ ବହୁ ସମ୍ପତ୍ତି ଥାଏ; ପୁଣି, ଦୁଷ୍ଟର ଆୟରେ କ୍ଳେଶ ଥାଏ।
7ଜ୍ଞାନବାନ‌‌ର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
8ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
9ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।
10ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।
14ବୁଦ୍ଧିମାନର ମନ ଜ୍ଞାନ ଖୋଜେ; ମାତ୍ର ମୂର୍ଖମାନଙ୍କ ମୁଖ ଅଜ୍ଞାନତା ଆହାର କରେ।
15ଦୁଃଖୀ ଲୋକର ସବୁ ଦିନ ଅମଙ୍ଗଳ; ମାତ୍ର ଯେ ହୃଷ୍ଟଚିତ୍ତ, ତାହାର ନିତ୍ୟ ଭୋଜ।
16ଅଶାନ୍ତିଯୁକ୍ତ ବହୁ ସମ୍ପତ୍ତି ଅପେକ୍ଷା ସଦାପ୍ରଭୁଙ୍କ ଭୟଯୁକ୍ତ ଅଳ୍ପତା ଭଲ।
17ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।

Read ହିତୋପଦେଶ 15ହିତୋପଦେଶ 15
Compare ହିତୋପଦେଶ 15:3-17ହିତୋପଦେଶ 15:3-17