7ଜ୍ଞାନବାନର ଓଷ୍ଠାଧର ବିଦ୍ୟା ବିତରଣ କରେ; ମାତ୍ର ମୂର୍ଖର ମନ ସେପରି କରେ ନାହିଁ।
8ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।
9ଦୁଷ୍ଟର ଗତି ସଦାପ୍ରଭୁଙ୍କର ଘୃଣାର ବିଷୟ; ମାତ୍ର ଧାର୍ମିକତାର ଅନୁଗାମୀକୁ ସେ ପ୍ରେମ କରନ୍ତି।
10ବିପଥଗାମୀ ପ୍ରତି ଦୁଃଖଦାୟକ ଶାସ୍ତି ଘଟେ; ପୁଣି, ଯେଉଁ ଲୋକ ଅନୁଯୋଗ ଘୃଣା କରେ, ସେ ମରିବ।
11ପାତାଳ ଓ ବିନାଶ ସ୍ଥାନ ସଦାପ୍ରଭୁଙ୍କ ଅଗ୍ରବର୍ତ୍ତୀ ଥାଏ; ତେବେ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ କି ତତୋଧିକ ନୁହେଁ ?
12ନିନ୍ଦକ ଅନୁଯୋଗ ପାଇବାକୁ ଭଲ ପାଏ ନାହିଁ, ସେ ଜ୍ଞାନୀର ନିକଟକୁ ଯାଏ ନାହିଁ।
13ଆନନ୍ଦିତ ମନ ମୁଖକୁ ପ୍ରଫୁଲ୍ଲ କରେ; ପୁଣି, ମନର ଶୋକରେ ଆତ୍ମା ଭଗ୍ନ ହୁଏ।