Text copied!
Bibles in Odia

ହିତୋପଦେଶ 16:10-16 in Odia

Help us?

ହିତୋପଦେଶ 16:10-16 in ଓଡିଆ ବାଇବେଲ

10 ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
11 ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
12 କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
13 ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।
14 ରାଜାର କ୍ରୋଧ ମୃତ୍ୟୁୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।
15 ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ
16 ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
ହିତୋପଦେଶ 16 in ଓଡିଆ ବାଇବେଲ