Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 16

ହିତୋପଦେଶ 16:20-26

Help us?
Click on verse(s) to share them!
20ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
21ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
22ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23ଜ୍ଞାନବାନ‌‌ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
24ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
25ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।
26ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।

Read ହିତୋପଦେଶ 16ହିତୋପଦେଶ 16
Compare ହିତୋପଦେଶ 16:20-26ହିତୋପଦେଶ 16:20-26