20ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
21ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
22ସଦ୍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23ଜ୍ଞାନବାନର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
24ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
25ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।
26ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।
27ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
28କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
29ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
30ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ।