Text copied!
Bibles in Odia

ହିତୋପଦେଶ 16:20-31 in Odia

Help us?

ହିତୋପଦେଶ 16:20-31 in ଓଡିଆ ବାଇବେଲ

20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।
21 ମନରେ ଜ୍ଞାନୀ ଲୋକ ବୁଦ୍ଧିମାନ ବିଖ୍ୟାତ ହୁଏ, ପୁଣି, ଓଷ୍ଠାଧରର ମିଷ୍ଟତା ପାଣ୍ଡିତ୍ୟ ବଢ଼ାଏ।
22 ସଦ୍‍ବୁଦ୍ଧି, ତାହା ପାଇଥିବା ଲୋକ ପ୍ରତି ଜୀବନର ଝର ସ୍ୱରୂପ ଅଟେ; ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।
23 ଜ୍ଞାନବାନ‌‌ର ହୃଦୟ ଆପଣା ମୁଖକୁ ଶିକ୍ଷା ଦିଏ, ପୁଣି, ତାହାର ବାକ୍ୟ ପାଣ୍ଡିତ୍ୟ ବଢ଼ାଏ।
24 ମନୋହର ଭାଷା ମଧୁଚାକ ସଦୃଶ, ତାହା ମନକୁ ସୁମିଷ୍ଟ, ଅସ୍ଥିକୁ ସ୍ୱାସ୍ଥ୍ୟ।
25 ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।
26 ପରିଶ୍ରମକାରୀର କ୍ଷୁଧା ତାହା ନିମନ୍ତେ ପରିଶ୍ରମ କରେ, ଯେହେତୁ ତାହାର ମୁଖ ତହିଁ ପାଇଁ ତାହାକୁ ବାଧ୍ୟ କରେ।
27 ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।
28 କୁଟିଳ ମନୁଷ୍ୟ କଳି ବୁଣେ, ପୁଣି କର୍ଣ୍ଣେଜପ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ।
29 ଅତ୍ୟାଚାରୀ ଆପଣା ପ୍ରତିବାସୀକୁ ଭୁଲାଏ, ପୁଣି, ତାହାକୁ କୁପଥରେ କଢ଼ାଇ ନିଏ।
30 ଯେଉଁ ଲୋକ ଆପଣା ଚକ୍ଷୁ ମୁଦେ, ସେ କୁଟିଳ ବିଷୟ କଳ୍ପନା କରିବାକୁ ତାହା କରେ; ଯେ ଆପଣା ଓଷ୍ଠାଧରକୁ ଚିପେ, ସେ ମନ୍ଦକର୍ମ ସିଦ୍ଧ କରେ।
31 ପକ୍ୱ କେଶ ଶୋଭାଜନକ ମୁକୁଟ, ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।
ହିତୋପଦେଶ 16 in ଓଡିଆ ବାଇବେଲ