Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 16

ହିତୋପଦେଶ 16:4-20

Help us?
Click on verse(s) to share them!
4ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।
5ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ଡିତ ନୋହିବ।
6ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।
7ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।
8ଅନ୍ୟାୟ ସହିତ ପ୍ରଚୁର ଆୟରୁ ଧାର୍ମିକତା ସହିତ ଅଳ୍ପ ଭଲ।
9ମନୁଷ୍ୟର ମନ ଆପଣା ପଥ ବିଷୟ କଳ୍ପନା କରେ; ମାତ୍ର ସଦାପ୍ରଭୁ ତାହାର ଗତି ନିରୂପଣ କରନ୍ତି।
10ରାଜାର ଓଷ୍ଠରେ ଦିବ୍ୟ-ବାକ୍ୟ ଥାଏ, ତାହାର ମୁଖ ବିଚାରରେ ସତ୍ୟ-ଲଙ୍ଘନ କରିବ ନାହିଁ।
11ଯଥାର୍ଥ ବିଶା ଓ ଦଣ୍ଡି ସଦାପ୍ରଭୁଙ୍କର ଓ ଥଳୀରେ ଥିବା ବଟଖରାସବୁ ତାହାଙ୍କର କର୍ମ।
12କୁକର୍ମ କରିବାର ରାଜାମାନଙ୍କର ଘୃଣା ବିଷୟ; ଯେହେତୁ ଧାର୍ମିକତାରେ ସିଂହାସନ ସ୍ଥିରୀକୃତ ହୁଏ।
13ଧର୍ମଯୁକ୍ତ ଓଷ୍ଠ ରାଜାମାନଙ୍କର ତୁଷ୍ଟିକର, ପୁଣି, ଯଥାର୍ଥବାଦୀକୁ ସେମାନେ ପ୍ରେମ କରନ୍ତି।
14ରାଜାର କ୍ରୋଧ ମୃତ୍ୟୁୁର ଦୂତ ପରି; ମାତ୍ର ଜ୍ଞାନୀ ଲୋକ ତାହା ଶାନ୍ତ କରେ।
15ରାଜାର ପ୍ରସନ୍ନ ବଦନରେ ଜୀବନ ଥାଏ, ପୁଣି ତାହାର ଅନୁଗ୍ରହ ଶେଷ ବର୍ଷାର ମେଘ ସ୍ୱରୂପ
16ସୁନା ଅପେକ୍ଷା ଜ୍ଞାନ ଲାଭ କରିବା, ପୁଣି, ରୂପା ଅପେକ୍ଷା ବରଞ୍ଚ ସୁବିବେଚନା ଲାଭ ମନୋନୀତ କରିବାର କିପରି ଉତ୍ତମ !
17ମନ୍ଦତା ତ୍ୟାଗ କରିବାର ସରଳ ଲୋକମାନଙ୍କର ରାଜଦାଣ୍ଡ, ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
18ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
19ଅହଙ୍କାରୀମାନଙ୍କ ସହିତ ଲୁଟିତ ଦ୍ରବ୍ୟ ଭାଗ କରିବା ଅପେକ୍ଷା ଦୀନାତ୍ମା ସହିତ ନମ୍ର ହେବାର ଭଲ।
20ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ।

Read ହିତୋପଦେଶ 16ହିତୋପଦେଶ 16
Compare ହିତୋପଦେଶ 16:4-20ହିତୋପଦେଶ 16:4-20