Text copied!
Bibles in Odia

ହିତୋପଦେଶ 17:10-15 in Odia

Help us?

ହିତୋପଦେଶ 17:10-15 in ଓଡିଆ ବାଇବେଲ

10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
11 ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12 ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13 ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14 କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
ହିତୋପଦେଶ 17 in ଓଡିଆ ବାଇବେଲ