Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:10-19

Help us?
Click on verse(s) to share them!
10ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
11ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ
18ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:10-19ହିତୋପଦେଶ 17:10-19