Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:11-17

Help us?
Click on verse(s) to share them!
11ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:11-17ହିତୋପଦେଶ 17:11-17