Text copied!
Bibles in Odia

ହିତୋପଦେଶ 17:11-17 in Odia

Help us?

ହିତୋପଦେଶ 17:11-17 in ଓଡିଆ ବାଇବେଲ

11 ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12 ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13 ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14 କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15 ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
17 ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ
ହିତୋପଦେଶ 17 in ଓଡିଆ ବାଇବେଲ