13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।